1. {ରାଜାଙ୍କ ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ
ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। |
4. ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ,
ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। |
7. ତାହାଙ୍କ ସମୟରେ ଧାର୍ମିକମାନେ * ଧାର୍ମିକମାନେ କିମ୍ବା ଧାର୍ମିକତା ବର୍ଦ୍ଧିଷ୍ଣୁ ହେବେ;
ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। |
8. ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ
ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ। |
14. ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ;
ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ † ଜୀବନ ରକ୍ତ ବହୁମୂଲ୍ୟ ହେବ। |
15. ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ;
ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ। |
16. ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ;
ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ। |
17. ତାହାଙ୍କ ନାମ ଅନନ୍ତକାଳ ରହିବ;
ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ। |
19. ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ
ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍। |