ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ରାଜାଙ୍କ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ [QBR] ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। [QBR]
2. ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ [QBR] ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। [QBR]
3. ଧର୍ମ ଦ୍ୱାରା ପର୍ବତଗଣ ଓ [QBR] ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ। [QBR]
4. ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, [QBR] ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ [QBR] ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। [QBR]
5. ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ [QBR] ଲୋକମାନେ ତୁମ୍ଭଙ୍କୁ ଭୟ କରିବେ। [QBR]
6. କଟାଘାସରେ ବୃଷ୍ଟି ତୁଲ୍ୟ ଓ [QBR] ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ। [QBR]
7. ତାହାଙ୍କ ସମୟରେ ଧାର୍ମିକମାନେ [* ଧାର୍ମିକମାନେ କିମ୍ବା ଧାର୍ମିକତା] ବର୍ଦ୍ଧିଷ୍ଣୁ ହେବେ; [QBR] ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। [QBR]
8. ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ [QBR] ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ। [QBR]
9. ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ [QBR] ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ। [QBR]
10. ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; [QBR] ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ। [QBR]
11. ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; [QBR] ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ। [QBR]
12. କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ [QBR] ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। [QBR]
13. ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ [QBR] ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ। [QBR]
14. ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; [QBR] ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ [† ଜୀବନ ରକ୍ତ] ବହୁମୂଲ୍ୟ ହେବ। [QBR]
15. ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; [QBR] ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। [QBR] ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ। [QBR]
16. ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; [QBR] ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; [QBR] ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ। [QBR]
17. ତାହାଙ୍କ ନାମ ଅନନ୍ତକାଳ ରହିବ; [QBR] ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; [QBR] ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; [QBR] ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ। [QBR]
18. ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, [QBR] କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି; [QBR]
19. ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ [QBR] ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। [QBR] ଆମେନ୍‍, ଆମେନ୍‍। [QBR]
20. ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 72 / 150
ଗୀତସଂହିତା 72:55
ରାଜାଙ୍କ ପାଇଁ ପ୍ରାର୍ଥନା 1 ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। 2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। 3 ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ। 4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। 5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ। 6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ। 7 ତାହାଙ୍କ ସମୟରେ ଧାର୍ମିକମାନେ * ଧାର୍ମିକମାନେ କିମ୍ବା ଧାର୍ମିକତା ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। 8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ। 9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ। 10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ। 11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ। 12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। 13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ। 14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ଜୀବନ ରକ୍ତ ବହୁମୂଲ୍ୟ ହେବ। 15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ। 16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ। 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ। 18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି; 19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍। 20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 72 / 150
Common Bible Languages
West Indian Languages
×

Alert

×

oriya Letters Keypad References