1. {#1ରାଜାଙ୍କ ପାଇଁ ପ୍ରାର୍ଥନା } [QS]
2. [PS]*ଶଲୋମନଙ୍କର ଗୀତ। *[PE][PBR]ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ *[PE][QS]ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର। *[PE][QS]ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ [QE][QS]ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ। [QE]
3. [QS]ଧର୍ମ ଦ୍ୱାରା ପର୍ବତଗଣ ଓ [QE][QS]ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ। [QE]
4. [QS]ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, [QE][QS]ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ [QE][QS]ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। [QE]
5. [QS]ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ [QE][QS]ଲୋକମାନେ ତୁମ୍ଭଙ୍କୁ ଭୟ କରିବେ। [QE]
6. [QS]କଟାଘାସରେ ବୃଷ୍ଟି ତୁଲ୍ୟ ଓ [QE][QS]ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ। [QE]
7. [QS]ତାହାଙ୍କ ସମୟରେ ଧାର୍ମିକମାନେ[* ଧାର୍ମିକମାନେ କିମ୍ବା ଧାର୍ମିକତା ] ବର୍ଦ୍ଧିଷ୍ଣୁ ହେବେ; [QE][QS]ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ। [QE]
8. [QS]ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ [QE][QS]ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ। [QE]
9. [QS]ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ [QE][QS]ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ। [QE]
10. [QS]ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; [QE][QS]ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ। [QE]
11. [QS]ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; [QE][QS]ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ। [QE]
12. [QS]କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ [QE][QS]ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ। [QE]
13. [QS]ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ [QE][QS]ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ। [QE]
14. [QS]ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; [QE][QS]ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ[† ଜୀବନ ରକ୍ତ ] ବହୁମୂଲ୍ୟ ହେବ। [QE]
15. [QS]ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; [QE][QS]ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। [QE][QS]ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ। [QE]
16. [QS]ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; [QE][QS]ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; [QE][QS]ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ। [QE]
17. [QS]ତାହାଙ୍କ ନାମ ଅନନ୍ତକାଳ ରହିବ; [QE][QS]ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; [QE][QS]ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; [QE][QS]ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ। [QE]
18. [QS]ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, [QE][QS]କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି; [QE]
19. [QS]ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ [QE][QS]ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। [QE][QS]ଆମେନ୍, ଆମେନ୍। [QE]
20. [QS]ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ। [QE]