1. {#1ଜାତିର ମୁକ୍ତି ପାଇଁ ପ୍ରାର୍ଥନା } [QS][PS]*ଆସଫର ମସ୍କୀଲ୍। *[PE][PBR]ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? *[PE][QS]ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ? [QE]
2. [QS]ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, [QE][QS]ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, [QE][QS]ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର। [QE]
3. [QS]ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, [QE][QS]ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି। [QE]
4. [QS]ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; [QE][QS]ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି। [QE]
5. [QS]ନିବିଡ଼ ଅରଣ୍ୟରେ [QE][QS]କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ। [QE]
6. [QS]ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା [QE][QS]ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି। [QE]
7. [QS]ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; [QE][QS]ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି। [QE]
8. [QS]ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; [QE][QS]ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି। [QE]
9. [QS]ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; [QE][QS]କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; [QE][QS]କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ। [QE]
10. [QS]ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? [QE][QS]ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ? [QE]
11. [QS]ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? [QE][QS]ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର। [QE]
12. [QS]ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ [QE][QS]ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି। [QE]
13. [QS]ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; [QE][QS]ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ; [QE]
14. [QS]ତୁମ୍ଭେ ଲିବିୟାଥନର[* ଲିବିୟାଥନର ଅର୍ଥାତ୍ ବୃହତ ଏକ ସର୍ପ ] ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, [QE][QS]ତୁମ୍ଭେ ମରୁଭୂମିର ପଶୁମାନଙ୍କ [† ପଶୁମାନଙ୍କ ନିବାସୀମାନଙ୍କ ] ଖାଦ୍ୟ ନିମନ୍ତେ ତାହାକୁ ଦେଲ। [QE]
15. [QS]ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; [QE][QS]ତୁମ୍ଭେ ମହାନଦୀସବୁ ଶୁଷ୍କ କଲ। [QE]
16. [QS]ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; [QE][QS]ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ। [QE]
17. [QS]ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; [QE][QS]ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ। [QE]
18. [QS]ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ [QE][QS]ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର। [QE]
19. [QS]ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, [QE][QS]ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ। [QE]
20. [QS]ନିୟମ ପ୍ରତି ଦୃଷ୍ଟି ରଖ; [QE][QS]କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ। [QE]
21. [QS]ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ ! [QE][QS]ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ। [QE]
22. [QS]ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; [QE][QS]ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର। [QE]
23. [QS]ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; [QE][QS]ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି। [QE]