1. {ଜାତିର ମୁକ୍ତି ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ?
ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ? |
2. ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ,
ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର। |
4. ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି;
ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି। |
7. ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି;
ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି। |
8. ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି। |
9. ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ;
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ। |
11. ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ?
ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର। |
14. ତୁମ୍ଭେ ଲିବିୟାଥନର * ଲିବିୟାଥନର ଅର୍ଥାତ୍ ବୃହତ ଏକ ସର୍ପ ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ,
ତୁମ୍ଭେ ମରୁଭୂମିର ପଶୁମାନଙ୍କ † ପଶୁମାନଙ୍କ ନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ। |
18. ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ
ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର। |
22. ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର;
ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର। |