ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ବିଚାରକର୍ତ୍ତା} [PS] ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; [QBR] ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; [QBR] ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। [QBR]
2. ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା। [QBR]
3. ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; [QBR] ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା] [QBR]
4. ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” [QBR] ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ; [QBR]
5. ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; [QBR] ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।” [QBR]
6. କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, [QBR] କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ। [QBR]
7. ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; [QBR] ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି। [QBR]
8. ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି [QBR] ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; [QBR] ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; [QBR] ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ। [QBR]
9. ମାତ୍ର ମୁଁ ସଦାକାଳ ପ୍ରଚାର କରିବି, [QBR] ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। [QBR]
10. “ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। [QBR] ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।” [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 75 / 150
ଗୀତସଂହିତା 75:102
ପରମେଶ୍ୱର ବିଚାରକର୍ତ୍ତା 1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। 2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା। 3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। *ସେଲା 4 ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ; 5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।” 6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ। 7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି। 8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ। 9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି। 10 “ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 75 / 150
Common Bible Languages
West Indian Languages
×

Alert

×

oriya Letters Keypad References