ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ବିଜୟୀ ପରମେଶ୍ୱର} [PS] ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; [QBR] ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। [QBR]
2. ମଧ୍ୟ ଶାଲେମ୍‍ରେ [* ଶାଲେମ୍‍ରେ ଯିରୂଶାଲେମରେ] ତାହାଙ୍କର ଆବାସ ଓ [QBR] ସିୟୋନରେ ତାହାଙ୍କର ବାସସ୍ଥାନ। [QBR]
3. ସେଠାରେ ସେ ଧନୁତୀରସବୁ, [QBR] ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା] [QBR]
4. ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। [QBR]
5. ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, [QBR] ସେମାନେ ନିଦ୍ରାରେ ନିଦ୍ରିତ [† ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି] ହୋଇଅଛନ୍ତି; [QBR] ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। [QBR]
6. ହେ ଯାକୁବର ପରମେଶ୍ୱର, [QBR] ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। [QBR]
7. ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର [QBR] ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ? [QBR]
8. ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; [QBR] ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ [QBR]
9. ବିଚାର କରିବାକୁ ଉଠିବା ବେଳେ [QBR] ପୃଥିବୀ ଭୀତ ଓ ନୀରବ ହେଲା। [ସେଲା] [QBR]
10. ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; [QBR] ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। [QBR]
11. ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; [QBR] ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। [QBR]
12. ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; [QBR] ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 76 / 150
ଗୀତସଂହିତା 76:132
ବିଜୟୀ ପରମେଶ୍ୱର 1 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। 2 ମଧ୍ୟ ଶାଲେମ୍‍ରେ [* ଶାଲେମ୍‍ରେ ଯିରୂଶାଲେମରେ] ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ। 3 ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। *ସେଲା 4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। 5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। 6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। 7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ? 8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। *ସେଲା 10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। 11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 76 / 150
Common Bible Languages
West Indian Languages
×

Alert

×

oriya Letters Keypad References