ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଦୁର୍ଦ୍ଦଶା ସମୟରେ ଆଶ୍ୱାସନା} [PS] ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; [QBR] ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। [QBR]
2. ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; [QBR] ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; [QBR] ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। [QBR]
3. ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; [QBR] ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା] [QBR]
4. ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; [QBR] ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ। [QBR]
5. ମୁଁ ପୂର୍ବକାଳର ଦିନସବୁ, [QBR] ପୁରାତନ କାଳର ବର୍ଷସବୁ ଭାବନା କରିଅଛି। [QBR]
6. ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; [QBR] ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; [QBR] ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା। [QBR]
7. ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? [QBR] ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ? [QBR]
8. ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? [QBR] ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ? [QBR]
9. ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? [QBR] ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? [ସେଲା] [QBR]
10. ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; [QBR] ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” [QBR]
11. ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; [QBR] ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। [QBR]
12. ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ [QBR] ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି। [QBR]
13. ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; [* ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍ ପବିତ୍ରତାରେ ତୁମ୍ଭର ପଥ ଥାଏ;] [QBR] ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ? [QBR]
14. ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; [QBR] ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ। [QBR]
15. ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, [QBR] ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ। [QBR]
16. ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, [QBR] ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; [QBR] ମଧ୍ୟ ବାରିଧି କମ୍ପିତ ହେଲା। [QBR]
17. ମେଘମାଳ ଜଳବୃଷ୍ଟି କଲେ, [QBR] ଆକାଶ ଗର୍ଜ୍ଜନ କଲା; [QBR] ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା। [QBR]
18. ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; [QBR] ବିଜୁଳି ଜଗତକୁ ଆଲୁଅମୟ କଲା; [QBR] ପୃଥିବୀ କମ୍ପିତ ଓ ଥରହର ହେଲା। [QBR]
19. ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, [QBR] ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା। [QBR]
20. ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା [QBR] ଲୋକମାନଙ୍କୁ ମେଷପଲ ପରି ଚଳାଇଲ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 77 / 150
ଗୀତସଂହିତା 77:133
ଦୁର୍ଦ୍ଦଶା ସମୟରେ ଆଶ୍ୱାସନା 1 ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। 2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। 3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। *ସେଲା 4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ। 5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି। 6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା। 7 ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ? 8 ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ? 9 ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? *ସେଲା 10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” 11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। 12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି। 13 ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; * ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍ ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ? 14 ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ। 15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ। 16 ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା। 17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା। 18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା। 19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା। 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 77 / 150
Common Bible Languages
West Indian Languages
×

Alert

×

oriya Letters Keypad References