ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଦୁର୍ଦ୍ଦଶା ସମୟରେ ଆଶ୍ୱାସନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ। *[PE][PBR]ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; *[PE][QS]ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। *[PE][QS]ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; [QE][QS]ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; [QE][QS]ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। [QE]
3. [QS]ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; [QE][QS]ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। [ସେଲା] [QE]
4. [QS]ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; [QE][QS]ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ। [QE]
5. [QS]ମୁଁ ପୂର୍ବକାଳର ଦିନସବୁ, [QE][QS]ପୁରାତନ କାଳର ବର୍ଷସବୁ ଭାବନା କରିଅଛି। [QE]
6. [QS]ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; [QE][QS]ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; [QE][QS]ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା। [QE]
7. [QS]ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? [QE][QS]ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ? [QE]
8. [QS]ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? [QE][QS]ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ? [QE]
9. [QS]ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? [QE][QS]ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? [ସେଲା] [QE]
10. [QS]ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; [QE][QS]ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” [QE]
11. [QS]ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; [QE][QS]ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। [QE]
12. [QS]ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ [QE][QS]ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି। [QE]
13. [QS]ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ;[* ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍ ପବିତ୍ରତାରେ ତୁମ୍ଭର ପଥ ଥାଏ; ] [QE][QS]ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ? [QE]
14. [QS]ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; [QE][QS]ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ। [QE]
15. [QS]ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, [QE][QS]ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ। [QE]
16. [QS]ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, [QE][QS]ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; [QE][QS]ମଧ୍ୟ ବାରିଧି କମ୍ପିତ ହେଲା। [QE]
17. [QS]ମେଘମାଳ ଜଳବୃଷ୍ଟି କଲେ, [QE][QS]ଆକାଶ ଗର୍ଜ୍ଜନ କଲା; [QE][QS]ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା। [QE]
18. [QS]ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; [QE][QS]ବିଜୁଳି ଜଗତକୁ ଆଲୁଅମୟ କଲା; [QE][QS]ପୃଥିବୀ କମ୍ପିତ ଓ ଥରହର ହେଲା। [QE]
19. [QS]ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, [QE][QS]ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା। [QE]
20. [QS]ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା [QE][QS]ଲୋକମାନଙ୍କୁ ମେଷପଲ ପରି ଚଳାଇଲ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 77 / 150
ଦୁର୍ଦ୍ଦଶା ସମୟରେ ଆଶ୍ୱାସନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ। *ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; *ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। *ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। 3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। *ସେଲା 4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ। 5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି। 6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା। 7 ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ? 8 ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ? 9 ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? *ସେଲା 10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” 11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। 12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି। 13 ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ;* ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍ ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ? 14 ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ। 15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ। 16 ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା। 17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା। 18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା। 19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା। 20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 77 / 150
×

Alert

×

Oriya Letters Keypad References