1. {#1ପରମେଶ୍ୱର ଓ ତାହାଙ୍କ ଲୋକମାନେ } [QS]
2. [PS]*ଆସଫର ମସ୍କୀଲ୍। *[PE][PBR]ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; *[PE][QS]ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର। *[PE][QS]ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; [QE][QS]ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; [QE]
3. [QS]ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ [QE][QS]ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। [QE]
4. [QS]ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, [QE][QS]ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ [QE][QS]ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା। [QE]
5. [QS]କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ [QE][QS]ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, [QE][QS]ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ [QE][QS]ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; [QE]
6. [QS]ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, [QE][QS]ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; [QE]
7. [QS]ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ [QE][QS]ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, [QE][QS]ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; [QE]
8. [QS]ପୁଣି, ଆପଣା ପିତୃଗଣ ତୁଲ୍ୟ [QE][QS]ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; [QE][QS]ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; [QE][QS]ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। [QE]
9. [QS]ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ [QE][QS]ସଂଗ୍ରାମ ଦିନରେ ହଟିଗଲେ। [QE]
10. [QS]ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ [QE][QS]ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ; [QE]
11. [QS]ସେମାନେ ତାହାଙ୍କ କାର୍ଯ୍ୟସକଳ, [QE][QS]ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ। [QE]
12. [QS]ସେ ସେମାନଙ୍କ ପିତୃଗଣ ସାକ୍ଷାତରେ [QE][QS]ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ। [QE]
13. [QS]ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; [QE][QS]ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ। [QE]
14. [QS]ଦିବସରେ ସେ ମେଘ ଦ୍ୱାରା ଓ [QE][QS]ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ। [QE]
15. [QS]ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, [QE][QS]ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ। [QE]
16. [QS]ସେ ଶୈଳରୁ ସ୍ରୋତ ବାହାର କଲେ [QE][QS]ଓ ନଦୀ ତୁଲ୍ୟ ଜଳ ବହାଇଲେ। [QE]
17. [QS]ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ [QE][QS]ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ। [QE]
18. [QS]ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ [QE][QS]ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ। [QE]
19. [QS]ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; [QE][QS]ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ? [QE]
20. [QS]ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା [QE][QS]ଓ ସ୍ରୋତ ପ୍ରବାହିତ ହେଲା; [QE][QS]ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? [QE][QS]ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?” [QE]
21. [QS]ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ [QE][QS]ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ [QE][QS]ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା; [QE]
22. [QS]କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ [QE][QS]ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। [QE]
23. [QS]ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ [QE][QS]ଓ ଆକାଶର ଦ୍ୱାର ମୁକ୍ତ କଲେ। [QE]
24. [QS]ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ [QE][QS]ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ। [QE]
25. [QS]ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; [QE][QS]ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ। [QE]
26. [QS]ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ [QE][QS]ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ। [QE]
27. [QS]ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, [QE][QS]ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; [QE]
28. [QS]ସେ ସେମାନଙ୍କ ଛାଉଣି ମଧ୍ୟରେ, [QE][QS]ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ। [QE]
29. [QS]ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ [QE][QS]ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ। [QE]
30. [QS]ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, [QE][QS]ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ [QE]
31. [QS]ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା [QE][QS]ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, [QE][QS]ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା। [QE]
32. [QS]ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ [QE][QS]ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ। [QE]
33. [QS]ଏହେତୁ ସେ ଅସାରତାରେ ସେମାନଙ୍କ ଦିନ [QE][QS]ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ, [QE]
34. [QS]ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; [QE][QS]ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ। [QE]
35. [QS]ପରମେଶ୍ୱର ଯେ ସେମାନଙ୍କର ଶୈଳ [QE][QS]ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ। [QE]
36. [QS]ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ [QE][QS]ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ। [QE]
37. [QS]କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, [QE][QS]କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ। [QE]
38. [QS]ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ [QE][QS]କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; [QE][QS]ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି [QE][QS]ଆପଣା କୋପ ଉତ୍ତେଜ କଲେ ନାହିଁ। [QE]
39. [QS]ଆଉ, ସେମାନେ ଯେ ମାଂସମାତ୍ର ଓ [QE][QS]ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ। [QE]
40. [QS]ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ [QE][QS]ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ। [QE]
41. [QS]ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ [QE][QS]ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ। [QE]
42. [QS]ସେମାନେ ତାହାଙ୍କର ହସ୍ତ ଓ [QE][QS]ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ [QE]
43. [QS]ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ [QE][QS]ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ; [QE]
44. [QS]ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ [QE][QS]ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ। [QE]
45. [QS]ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ [QE][QS]ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ। [QE]
46. [QS]ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ [QE][QS]ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ। [QE]
47. [QS]ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ [QE][QS]ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ। [QE]
48. [QS]ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ [QE][QS]ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ। [QE]
49. [QS]ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ [QE][QS]ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ। [QE]
50. [QS]ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, [QE][QS]ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର [QE][QS]ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ; [QE]
51. [QS]ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, [QE][QS]ହାମ୍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ; [QE]
52. [QS]ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ [QE][QS]ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ। [QE]
53. [QS]ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, [QE][QS]ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, [QE][QS]ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା। [QE]
54. [QS]ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ [QE][QS]ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ। [QE]
55. [QS]ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ [QE][QS]ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ [QE][QS]ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ। [QE]
56. [QS]ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ [QE][QS]ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ; [QE]
57. [QS]ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; [QE][QS]ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। [QE]
58. [QS]କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। [QE][QS]ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ। [QE]
59. [QS]ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ [QE][QS]ଇସ୍ରାଏଲକୁ ଅତିଶୟ ଘୃଣା କଲେ; [QE]
60. [QS]ଏପରିକି, ସେ ଶୀଲୋସ୍ଥିତ ଆବାସ ଓ [QE][QS]ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ। [QE]
61. [QS]ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ [QE][QS]ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ। [QE]
62. [QS]ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ [QE][QS]ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ। [QE]
63. [QS]ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା [QE][QS]ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ[* ବିବାହ-ଗୀତ ଅର୍ଥାତ୍ ବିବାହ ] ହେଲା ନାହିଁ। [QE]
64. [QS]ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ [QE][QS]ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ। [QE]
65. [QS]ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, [QE][QS]ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ। [QE]
66. [QS]ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; [QE][QS]ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ। [QE]
67. [QS]ଆହୁରି, ସେ ଯୋଷେଫର ବଂଶକୁ[† ବଂଶକୁ ତମ୍ବୁକୁ ] ଅଗ୍ରାହ୍ୟ କଲେ ଓ [QE][QS]ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ। [QE]
68. [QS]ମାତ୍ର ଯିହୁଦା ଗୋଷ୍ଠୀକୁ, [QE][QS]ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ। [QE]
69. [QS]ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ [QE][QS]ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ। [QE]
70. [QS]ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ [QE][QS]ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ। [QE]
71. [QS]ସେ ଆପଣା ଲୋକ ଯାକୁବକୁ ଓ [QE][QS]ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ। [QE]
72. [QS]ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ [QE][QS]ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ। [QE]