ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ଓ ତାହାଙ୍କ ଲୋକମାନେ} [PS] ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; [QBR] ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର। [QBR]
2. ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; [QBR] ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; [QBR]
3. ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ [QBR] ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। [QBR]
4. ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, [QBR] ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ [QBR] ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା। [QBR]
5. କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ [QBR] ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, [QBR] ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ [QBR] ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; [QBR]
6. ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, [QBR] ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; [QBR]
7. ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ [QBR] ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, [QBR] ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; [QBR]
8. ପୁଣି, ଆପଣା ପିତୃଗଣ ତୁଲ୍ୟ [QBR] ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; [QBR] ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; [QBR] ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। [QBR]
9. ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ [QBR] ସଂଗ୍ରାମ ଦିନରେ ହଟିଗଲେ। [QBR]
10. ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ [QBR] ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ; [QBR]
11. ସେମାନେ ତାହାଙ୍କ କାର୍ଯ୍ୟସକଳ, [QBR] ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ। [QBR]
12. ସେ ସେମାନଙ୍କ ପିତୃଗଣ ସାକ୍ଷାତରେ [QBR] ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ। [QBR]
13. ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; [QBR] ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ। [QBR]
14. ଦିବସରେ ସେ ମେଘ ଦ୍ୱାରା ଓ [QBR] ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ। [QBR]
15. ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, [QBR] ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ। [QBR]
16. ସେ ଶୈଳରୁ ସ୍ରୋତ ବାହାର କଲେ [QBR] ଓ ନଦୀ ତୁଲ୍ୟ ଜଳ ବହାଇଲେ। [QBR]
17. ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ [QBR] ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ। [QBR]
18. ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ [QBR] ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ। [QBR]
19. ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; [QBR] ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ? [QBR]
20. ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା [QBR] ଓ ସ୍ରୋତ ପ୍ରବାହିତ ହେଲା; [QBR] ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? [QBR] ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?” [QBR]
21. ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ [QBR] ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ [QBR] ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା; [QBR]
22. କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ [QBR] ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। [QBR]
23. ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ [QBR] ଓ ଆକାଶର ଦ୍ୱାର ମୁକ୍ତ କଲେ। [QBR]
24. ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ [QBR] ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ। [QBR]
25. ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; [QBR] ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ। [QBR]
26. ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ [QBR] ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ। [QBR]
27. ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, [QBR] ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; [QBR]
28. ସେ ସେମାନଙ୍କ ଛାଉଣି ମଧ୍ୟରେ, [QBR] ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ। [QBR]
29. ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ [QBR] ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ। [QBR]
30. ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, [QBR] ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ [QBR]
31. ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା [QBR] ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, [QBR] ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା। [QBR]
32. ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ [QBR] ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ। [QBR]
33. ଏହେତୁ ସେ ଅସାରତାରେ ସେମାନଙ୍କ ଦିନ [QBR] ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ, [QBR]
34. ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; [QBR] ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ। [QBR]
35. ପରମେଶ୍ୱର ଯେ ସେମାନଙ୍କର ଶୈଳ [QBR] ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ। [QBR]
36. ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ [QBR] ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ। [QBR]
37. କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, [QBR] କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ। [QBR]
38. ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ [QBR] କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; [QBR] ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି [QBR] ଆପଣା କୋପ ଉତ୍ତେଜ କଲେ ନାହିଁ। [QBR]
39. ଆଉ, ସେମାନେ ଯେ ମାଂସମାତ୍ର ଓ [QBR] ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ। [QBR]
40. ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ [QBR] ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ। [QBR]
41. ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ [QBR] ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ। [QBR]
42. ସେମାନେ ତାହାଙ୍କର ହସ୍ତ ଓ [QBR] ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ [QBR]
43. ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ [QBR] ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ; [QBR]
44. ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ [QBR] ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ। [QBR]
45. ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ [QBR] ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ। [QBR]
46. ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ [QBR] ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ। [QBR]
47. ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ [QBR] ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ। [QBR]
48. ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ [QBR] ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ। [QBR]
49. ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ [QBR] ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ। [QBR]
50. ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, [QBR] ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର [QBR] ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ; [QBR]
51. ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, [QBR] ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ; [QBR]
52. ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ [QBR] ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ। [QBR]
53. ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, [QBR] ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, [QBR] ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା। [QBR]
54. ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ [QBR] ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ। [QBR]
55. ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ [QBR] ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ [QBR] ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ। [QBR]
56. ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ [QBR] ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ; [QBR]
57. ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; [QBR] ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। [QBR]
58. କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। [QBR] ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ। [QBR]
59. ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ [QBR] ଇସ୍ରାଏଲକୁ ଅତିଶୟ ଘୃଣା କଲେ; [QBR]
60. ଏପରିକି, ସେ ଶୀଲୋସ୍ଥିତ ଆବାସ ଓ [QBR] ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ। [QBR]
61. ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ [QBR] ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ। [QBR]
62. ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ [QBR] ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ। [QBR]
63. ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା [QBR] ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ [* ବିବାହ-ଗୀତ ଅର୍ଥାତ୍ ବିବାହ] ହେଲା ନାହିଁ। [QBR]
64. ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ [QBR] ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ। [QBR]
65. ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, [QBR] ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ। [QBR]
66. ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; [QBR] ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ। [QBR]
67. ଆହୁରି, ସେ ଯୋଷେଫର ବଂଶକୁ [† ବଂଶକୁ ତମ୍ବୁକୁ] ଅଗ୍ରାହ୍ୟ କଲେ ଓ [QBR] ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ। [QBR]
68. ମାତ୍ର ଯିହୁଦା ଗୋଷ୍ଠୀକୁ, [QBR] ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ। [QBR]
69. ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ [QBR] ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ। [QBR]
70. ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ [QBR] ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ। [QBR]
71. ସେ ଆପଣା ଲୋକ ଯାକୁବକୁ ଓ [QBR] ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ। [QBR]
72. ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ [QBR] ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 78 / 150
ଗୀତସଂହିତା 78:27
ପରମେଶ୍ୱର ଓ ତାହାଙ୍କ ଲୋକମାନେ 1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର। 2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; 3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। 4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା। 5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; 6 ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; 7 ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; 8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। 9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ। 10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ; 11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ। 12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ। 13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ। 14 ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ। 15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ। 16 ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ। 17 ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ। 18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ। 19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ? 20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?” 21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା; 22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। 23 ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ। 24 ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ। 25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ। 26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ। 27 ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; 28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ। 29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ। 30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ 31 ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା। 32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ। 33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ, 34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ। 35 ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ। 36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ। 37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ। 38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ। 39 ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ। 40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ। 41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ। 42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ 43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ; 44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ। 45 ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ। 46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ। 47 ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ। 48 ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ। 49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ। 50 ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ; 51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ; 52 ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ। 53 ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା। 54 ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ। 55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ। 56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ; 57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। 58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ। 59 ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ; 60 ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ। 61 ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ। 62 ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ। 63 ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ * ବିବାହ-ଗୀତ ଅର୍ଥାତ୍ ବିବାହ ହେଲା ନାହିଁ। 64 ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ। 65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ। 66 ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ। 67 ଆହୁରି, ସେ ଯୋଷେଫର ବଂଶକୁ ବଂଶକୁ ତମ୍ବୁକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ। 68 ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ। 69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ। 70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ। 71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ। 72 ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 78 / 150
Common Bible Languages
West Indian Languages
×

Alert

×

oriya Letters Keypad References