1. {#1ଜାତିର ମୁକ୍ତି ପାଇଁ ପ୍ରାର୍ଥନା } [QS]
2. [PS]*ଆସଫର ଗୀତ। *[PE][PBR]ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; *[PE][QS]ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; [QE][QS]ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି। *[PE][QS]ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, [QE][QS]ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି। [QE]
3. [QS]ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି [QE][QS]ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା। [QE]
4. [QS]ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, [QE][QS]ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ। [QE]
5. [QS]ହେ ସଦାପ୍ରଭୁ, କେତେ କାଳ ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ ? [QE][QS]ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ ? [QE]
6. [QS]ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ [QE][QS]ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ। [QE]
7. [QS]କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି [QE][QS]ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି। [QE]
8. [QS]ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; [QE][QS]ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। [QE][QS]କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ। [QE]
9. [QS]ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର [QE][QS]ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର। [QE]
10. [QS]ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି ?” [QE][QS]ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, [QE][QS]ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ। [QE]
11. [QS]ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; [QE][QS]ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର। [QE]
12. [QS]ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, [QE][QS]ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ। [QE]
13. [QS]ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, [QE][QS]ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; [QE][QS]ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା। [QE]