1. {#1ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! *[PE][QS]ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। *[PE][QS]ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ [QE][QS]ଆପଣା ବିପକ୍ଷଗଣ ସକାଶୁ [QE][QS]ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। [QE]
3. [QS]ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ [QE][QS]ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) [QE]
4. [QS]ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? [QE][QS]ଓ ମାନବଜାତି[* ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର ] କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? [QE]
5. [QS]ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ[† ଦୂତଗଣଙ୍କ କିମ୍ବା ପରମେଶ୍ୱର ] ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, [QE][QS]ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। [QE]
6. [QS]ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; [QE][QS]ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; [QE]
7. [QS]ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; [QE]
8. [QS]ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, [QE][QS]ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। [QE]
9. [QS]ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, [QE][QS]ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। [QE]