1. ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! [QBR] ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। [QBR]
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ [QBR] ଆପଣା ବିପକ୍ଷଗଣ ସକାଶୁ [QBR] ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। [QBR]
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ [QBR] ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) [QBR]
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? [QBR] ଓ ମାନବଜାତି [* ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର] କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? [QBR]
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ [† ଦୂତଗଣଙ୍କ କିମ୍ବା ପରମେଶ୍ୱର] ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, [QBR] ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। [QBR]
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; [QBR] ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; [QBR]
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; [QBR]
8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, [QBR] ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। [QBR]
9. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, [QBR] ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। [PE]