1. ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ !
ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। |
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ
ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। |
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ?
ଓ ମାନବଜାତି * ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? |
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ † ଦୂତଗଣଙ୍କ କିମ୍ବା ପରମେଶ୍ୱର ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ,
ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। |
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;
ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; |