ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! [QBR] ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। [QBR]
2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ [QBR] ଆପଣା ବିପକ୍ଷଗଣ ସକାଶୁ [QBR] ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। [QBR]
3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ [QBR] ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) [QBR]
4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? [QBR] ଓ ମାନବଜାତି [* ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର] କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? [QBR]
5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ [† ଦୂତଗଣଙ୍କ କିମ୍ବା ପରମେଶ୍ୱର] ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, [QBR] ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। [QBR]
6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; [QBR] ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; [QBR]
7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; [QBR]
8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, [QBR] ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। [QBR]
9. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, [QBR] ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 150
ଗୀତସଂହିତା 8:87
1 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। 2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। 3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) 4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମାନବଜାତି * ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? 5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଦୂତଗଣଙ୍କ କିମ୍ବା ପରମେଶ୍ୱର ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। 6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; 7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; 8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। 9 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 150
Common Bible Languages
West Indian Languages
×

Alert

×

oriya Letters Keypad References