ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଜାତିର ପୁନରୁଦ୍ଧାର ପାଇଁ ପ୍ରାର୍ଥନା} [PS] ହେ ଇସ୍ରାଏଲର ପାଳକ, [QBR] ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; [QBR] କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। [QBR]
2. ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର [QBR] ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। [QBR]
3. ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ [QBR] ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। [QBR]
4. ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, [QBR] ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ? [QBR]
5. ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ [QBR] ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ। [QBR]
6. ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ [QBR] ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; [QBR] ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି। [QBR]
7. ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ [QBR] ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। [QBR]
8. ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; [QBR] ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ। [QBR]
9. ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, [QBR] ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। [QBR]
10. ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ [QBR] ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ। [QBR]
11. ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ [QBR] ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା। [QBR]
12. କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, [QBR] ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ? [QBR]
13. ବନରୁ ବରାହ ଆସି ତାହା ଉଜାଡ଼ି ପକାଏ [QBR] ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି। [QBR]
14. ହେ ସୈନ୍ୟାଧିପତି ପରମେଶ୍ୱର, [QBR] ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର [QBR]
15. ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର [QBR] ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। [QBR]
16. ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; [QBR] ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି। [QBR]
17. ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, [QBR] ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। [QBR]
18. ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; [QBR] ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା। [QBR]
19. ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; [QBR] ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 80 / 150
ଗୀତସଂହିତା 80:38
ଜାତିର ପୁନରୁଦ୍ଧାର ପାଇଁ ପ୍ରାର୍ଥନା 1 ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। 2 ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। 3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। 4 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ? 5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ। 6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି। 7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ। 9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। 10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ। 11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା। 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ? 13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି। 14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି। 17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। 18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା। 19 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 80 / 150
Common Bible Languages
West Indian Languages
×

Alert

×

oriya Letters Keypad References