ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଜାତିର ପୁନରୁଦ୍ଧାର ପାଇଁ ପ୍ରାର୍ଥନା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। *[PE][PBR]ହେ ଇସ୍ରାଏଲର ପାଳକ, *[PE][QS]ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; [QE][QS]କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। *[PE][QS]ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର [QE][QS]ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। [QE]
3. [QS]ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ [QE][QS]ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। [QE]
4. [QS]ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, [QE][QS]ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ? [QE]
5. [QS]ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ [QE][QS]ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ। [QE]
6. [QS]ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ [QE][QS]ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; [QE][QS]ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି। [QE]
7. [QS]ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ [QE][QS]ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। [QE]
8. [QS]ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; [QE][QS]ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ। [QE]
9. [QS]ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, [QE][QS]ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। [QE]
10. [QS]ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ [QE][QS]ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ। [QE]
11. [QS]ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ [QE][QS]ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା। [QE]
12. [QS]କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, [QE][QS]ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ? [QE]
13. [QS]ବନରୁ ବରାହ ଆସି ତାହା ଉଜାଡ଼ି ପକାଏ [QE][QS]ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି। [QE]
14. [QS]ହେ ସୈନ୍ୟାଧିପତି ପରମେଶ୍ୱର, [QE][QS]ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର [QE]
15. [QS]ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର [QE][QS]ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। [QE]
16. [QS]ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; [QE][QS]ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି। [QE]
17. [QS]ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, [QE][QS]ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। [QE]
18. [QS]ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; [QE][QS]ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା। [QE]
19. [QS]ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; [QE][QS]ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 80 / 150
ଜାତିର ପୁନରୁଦ୍ଧାର ପାଇଁ ପ୍ରାର୍ଥନା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। *ହେ ଇସ୍ରାଏଲର ପାଳକ, *ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। *ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। 3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। 4 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ? 5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ। 6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି। 7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ। 9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। 10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ। 11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା। 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ? 13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି। 14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି। 17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। 18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା। 19 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 80 / 150
×

Alert

×

Oriya Letters Keypad References