ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଉତ୍ସବ ସଙ୍ଗୀତ} [PS] ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; [QBR] ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। [QBR]
2. ଗୀତ ଉଠାଅ ଓ ଦାରା, [QBR] ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। [QBR]
3. ଅମାବାସ୍ୟାରେ, ପୂର୍ଣ୍ଣିମାରେ, [QBR] ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। [QBR]
4. କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ [QBR] ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ। [QBR]
5. ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ [QBR] ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; [QBR] ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ। [QBR]
6. ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; [QBR] ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା। [QBR]
7. ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; [QBR] ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; [QBR] ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା] [QBR]
8. ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; [QBR] ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ ! [QBR]
9. ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; [QBR] କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। [QBR]
10. ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, [QBR] ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; [QBR] ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା। [QBR]
11. ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ [QBR] ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ। [QBR]
12. ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, [QBR] ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। [QBR]
13. ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! [QBR] ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା ! [QBR]
14. ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ [QBR] ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। [QBR]
15. ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; [QBR] ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। [QBR]
16. ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ [QBR] ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 81 / 150
ଗୀତସଂହିତା 81:118
ଉତ୍ସବ ସଙ୍ଗୀତ 1 ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। 2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। 4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ। 5 ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ। 6 ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା। 7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। *ସେଲା 8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ ! 9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। 10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା। 11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ। 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। 13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା ! 14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। 16 ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 81 / 150
Common Bible Languages
West Indian Languages
×

Alert

×

oriya Letters Keypad References