ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଉତ୍ସବ ସଙ୍ଗୀତ } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଆସଫର ଗୀତ। *[PE][PBR]ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; *[PE][QS]ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। *[PE][QS]ଗୀତ ଉଠାଅ ଓ ଦାରା, [QE][QS]ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। [QE]
3. [QS]ଅମାବାସ୍ୟାରେ, ପୂର୍ଣ୍ଣିମାରେ, [QE][QS]ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। [QE]
4. [QS]କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ [QE][QS]ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ। [QE]
5. [QS]ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ [QE][QS]ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; [QE][QS]ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ। [QE]
6. [QS]ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; [QE][QS]ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା। [QE]
7. [QS]ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; [QE][QS]ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; [QE][QS]ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା] [QE]
8. [QS]ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; [QE][QS]ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ ! [QE]
9. [QS]ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; [QE][QS]କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। [QE]
10. [QS]ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, [QE][QS]ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; [QE][QS]ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା। [QE]
11. [QS]ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ [QE][QS]ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ। [QE]
12. [QS]ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, [QE][QS]ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। [QE]
13. [QS]ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! [QE][QS]ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା ! [QE]
14. [QS]ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ [QE][QS]ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। [QE]
15. [QS]ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; [QE][QS]ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। [QE]
16. [QS]ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ [QE][QS]ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 81 / 150
ଉତ୍ସବ ସଙ୍ଗୀତ 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଆସଫର ଗୀତ। *ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; *ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। *ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। 3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। 4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ। 5 ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ। 6 ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା। 7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। *ସେଲା 8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ ! 9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। 10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା। 11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ। 12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। 13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା ! 14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। 16 ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 81 / 150
×

Alert

×

Oriya Letters Keypad References