ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; [QBR] ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ। [QBR]
2. କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି [QBR] ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି। [QBR]
3. ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି [QBR] ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି। [QBR]
4. ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି [QBR] ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ [QBR] ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।” [QBR]
5. କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି; [QBR]
6. ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ, [QBR]
7. ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ [QBR] ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି। [QBR]
8. ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; [QBR] ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା] [QBR]
9. ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା [QBR] ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। [QBR]
10. ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; [QBR] ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ। [QBR]
11. ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, [QBR] ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର; [QBR]
12. ସେମାନେ କହିଲେ, “ଆସ, ଆମ୍ଭେମାନେ [QBR] ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” [QBR]
13. ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ [QBR] ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର। [QBR]
14. ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ [QBR] ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ; [QBR]
15. ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ [QBR] ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। [QBR]
16. ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, [QBR] ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର; [QBR]
17. ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; [QBR] ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ; [QBR]
18. ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, [QBR] କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। [PE]

Notes

No Verse Added

Total 150 Chapters, Current Chapter 83 of Total Chapters 150
ଗୀତସଂହିତା 83:104
1. {ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା} PS ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ;
ହେ ପରମେଶ୍ୱର, ନୀରବ ନିରସ୍ତ ହୁଅ ନାହିଁ।
2. କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି
ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।
3. ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି
ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4. ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି
ଆଉ ସ୍ମରଣରେ ରହିବ, ଏଥିପାଇଁ ଆସ, ଆମ୍ଭେମାନେ
ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ଦେଉ।”
5. କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6. ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7. ଗବାଲ, ଅମ୍ମୋନ, ଅମାଲେକ୍‍ ସୋରନି ବାସୀମାନଙ୍କ ସହିତ
ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8. ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି;
ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। ସେଲା
9. ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା
ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10. ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ;
ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11. ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ସେବ୍‍ର ସମାନ,
ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ସଲମୁନ୍ନର ସମାନ କର;
12. ସେମାନେ କହିଲେ, “ଆସ, ଆମ୍ଭେମାନେ
ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13. ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ
ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14. ଯେଉଁ ଅଗ୍ନି ବନକୁ ଦଗ୍ଧ କରେ
ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
15. ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ
ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
16. ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ,
ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17. ସେମାନେ ସଦାକାଳ ଲଜ୍ଜିତ ବିହ୍ୱଳ ହେଉନ୍ତୁ;
ସେମାନେ ହତାଶ ବିନଷ୍ଟ ହେଉନ୍ତୁ;
18. ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ,
କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। PE
Total 150 Chapters, Current Chapter 83 of Total Chapters 150
×

Alert

×

oriya Letters Keypad References