1. {ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; [QBR] ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ। [QBR]
2. କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି [QBR] ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି। [QBR]
3. ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି [QBR] ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି। [QBR]
4. ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି [QBR] ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ [QBR] ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।” [QBR]
5. କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି; [QBR]
6. ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ, [QBR]
7. ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ [QBR] ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି। [QBR]
8. ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; [QBR] ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା] [QBR]
9. ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା [QBR] ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। [QBR]
10. ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; [QBR] ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ। [QBR]
11. ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, [QBR] ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର; [QBR]
12. ସେମାନେ କହିଲେ, “ଆସ, ଆମ୍ଭେମାନେ [QBR] ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” [QBR]
13. ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ [QBR] ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର। [QBR]
14. ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ [QBR] ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ; [QBR]
15. ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ [QBR] ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। [QBR]
16. ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, [QBR] ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର; [QBR]
17. ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; [QBR] ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ; [QBR]
18. ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, [QBR] କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। [PE]