1. {#1ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା } [QS]
2. [PS]*ଗୀତ, ଆସଫର ଗୀତ। *[PE][PBR]ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; *[PE][QS]ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ। *[PE][QS]କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି [QE][QS]ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି। [QE]
3. [QS]ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି [QE][QS]ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି। [QE]
4. [QS]ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି [QE][QS]ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ [QE][QS]ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।” [QE]
5. [QS]କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି; [QE]
6. [QS]ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ, [QE]
7. [QS]ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ [QE][QS]ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି। [QE]
8. [QS]ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; [QE][QS]ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। [ସେଲା] [QE]
9. [QS]ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା [QE][QS]ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର। [QE]
10. [QS]ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; [QE][QS]ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ। [QE]
11. [QS]ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, [QE][QS]ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର; [QE]
12. [QS]ସେମାନେ କହିଲେ, “ଆସ, ଆମ୍ଭେମାନେ [QE][QS]ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।” [QE]
13. [QS]ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ [QE][QS]ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର। [QE]
14. [QS]ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ [QE][QS]ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ; [QE]
15. [QS]ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ [QE][QS]ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। [QE]
16. [QS]ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, [QE][QS]ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର; [QE]
17. [QS]ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; [QE][QS]ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ; [QE]
18. [QS]ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, [QE][QS]କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। [QE]