ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ } [QS][PS]*ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। *[PE][PBR]ହେ ସୈନ୍ୟାଧିପତି ସଦାପ୍ରଭୁ, *[PE][QS]ତୁମ୍ଭର ଆବାସ କିପରି ପ୍ରିୟତମ ! [QE]
2. [QS]ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; [QE][QS]ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। [QE]
3. [QS]ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ [QE][QS]ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, [QE][QS]ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍‍ ଓ [QE][QS]ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, [QE]
4. [QS]ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; [QE][QS]ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା] [QE]
5. [QS]ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ [QE][QS]ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ। [QE]
6. [QS]ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; [QE][QS]ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ। [QE]
7. [QS]ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, [QE][QS]ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। [QE]
8. [QS]ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; [QE][QS]ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା] [QE]
9. [QS]ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର [QE][QS]ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ। [QE]
10. [QS]କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; [QE][QS]ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ [QE][QS]ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ। [QE]
11. [QS]କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; [QE][QS]ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; [QE][QS]ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ। [QE]
12. [QS]ହେ ସୈନ୍ୟାଧିପତି ପରମେଶ୍ୱର, [QE][QS]ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 84 / 150
ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। *ହେ ସୈନ୍ୟାଧିପତି ସଦାପ୍ରଭୁ, *ତୁମ୍ଭର ଆବାସ କିପରି ପ୍ରିୟତମ ! 2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। 3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, 4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। *ସେଲା 5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ। 6 ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ। 7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। 8 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। *ସେଲା 9 ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ। 10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ। 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ। 12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 84 / 150
×

Alert

×

Oriya Letters Keypad References