1. {ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ} [PS] ହେ ସୈନ୍ୟାଧିପତି ସଦାପ୍ରଭୁ, [QBR] ତୁମ୍ଭର ଆବାସ କିପରି ପ୍ରିୟତମ ! [QBR]
2. ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; [QBR] ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। [QBR]
3. ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ [QBR] ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, [QBR] ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍ ଓ [QBR] ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, [QBR]
4. ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; [QBR] ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା] [QBR]
5. ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ [QBR] ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ। [QBR]
6. ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; [QBR] ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ। [QBR]
7. ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, [QBR] ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। [QBR]
8. ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; [QBR] ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା] [QBR]
9. ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର [QBR] ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ। [QBR]
10. କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; [QBR] ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ [QBR] ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ। [QBR]
11. କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; [QBR] ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; [QBR] ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ। [QBR]
12. ହେ ସୈନ୍ୟାଧିପତି ପରମେଶ୍ୱର, [QBR] ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ। [PE]