2. ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ;
ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। |
3. ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ
ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, |
6. ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି;
ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ। |
7. ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି,
ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। |
10. କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;
ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ। |
11. କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି;
ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ। |