2. ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ;
ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। |
5. ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ,
ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ। |
9. ହେ ପ୍ରଭୁ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ
ଓ ସେମାନେ ତୁମ୍ଭ ନାମର ଗୌରବ କରିବେ। |
11. ହେ ସଦାପ୍ରଭୁ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି;
ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର। |
12. ହେ ପ୍ରଭୁ, ମୋ’ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି
ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି। |
14. ହେ ପରମେଶ୍ୱର, ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି,
ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋ’ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି। |
15. ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର,
କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ। |
16. ଆହେ, ମୋ’ ପ୍ରତି ଫେର ଓ ମୋତେ ଦୟା କର;
ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର। |
17. ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ;
ତହିଁରେ ମୋ’ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ୱନା କରିଅଛ। PE |