ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହାୟତା ପାଇଁ ବିନତୀ }[PS]*ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। *[PE][QS]ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, [QE][QS]ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; [QE]
2. [QS]ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; [QE][QS]ମୋ’ କାକୂକ୍ତିରେ କର୍ଣ୍ଣପାତ କର; [QE]
3. [QS]କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ [QE][QS]ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। [QE]
4. [QS]ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; [QE][QS]ମୁଁ ଅସହାୟ ଲୋକର ସମାନ। [QE]
5. [QS]ଯେଉଁ କବରଶାୟୀ ହତ ଲୋକମାନଙ୍କୁ [QE][QS]ତୁମ୍ଭେ ଆଉ ସ୍ମରଣ କରୁ ନାହଁ [QE][QS]ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, [QE][QS]ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। [QE]
6. [QS]ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, [QE][QS]ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। [QE]
7. [QS]ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି [QE][QS]ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା] [QE]
8. [QS]ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; [QE][QS]ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। [QE][QS]ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। [QE]
9. [QS]କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; [QE][QS]ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, [QE][QS]ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। [QE]
10. [QS]ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? [QE][QS]ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? [ସେଲା] [QE]
11. [QS]କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ [QE][QS]ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ? [QE]
12. [QS]ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ [QE][QS]ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ? [QE]
13. [QS]ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି [QE][QS]ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। [QE]
14. [QS]ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? [QE][QS]ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ? [QE]
15. [QS]ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; [QE][QS]ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। [QE]
16. [QS]ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; [QE][QS]ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। [QE]
17. [QS]ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; [QE][QS]ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ। [QE]
18. [QS]ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ [QE][QS]ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 88 / 150
ସହାୟତା ପାଇଁ ବିନତୀ 1 *ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍‍ ଲୀୟନ୍ନୋତ୍‍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍‍। *ସଦାପ୍ରଭୁ, ମୋ’ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; 2 ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର; 3 କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। 4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ। 5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। 6 ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। 7 ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। *ସେଲା 8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। 9 କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। 10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ ? *ସେଲା 11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ? 12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ ? 13 ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। 14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋ’ ପ୍ରାଣକୁ ପରିତ୍ୟାଗ କରୁଅଛ ? ତୁମ୍ଭେ କାହିଁକି ମୋ’ଠାରୁ ଆପଣା ମୁଖ ଲୁଚାଉଅଛ ? 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। 16 ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। 17 ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ। 18 ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 88 / 150
×

Alert

×

Oriya Letters Keypad References