1. {#1ଜାତିର ଦୁର୍ଦ୍ଦଶାକାଳୀନ ଗୀତ } [QS]
2. [PS]*ଇଷ୍ରାହୀୟ ଏଥନ୍ର ମସ୍କୀଲ୍। *[PE][PBR]ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; *[PE][QS]ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। *[PE][QS]କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; [QE][QS]“ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” [QE]
3. [QS]“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, [QE][QS]ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ। [QE]
4. [QS]ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା [QE][QS]ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” [ସେଲା] [QE]
5. [QS]ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, [QE][QS]ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ। [QE]
6. [QS]କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ ? [QE][QS]ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର [QE]
7. [QS]ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, [QE][QS]ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ? [QE]
8. [QS]ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, [QE][QS]ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? [QE][QS]ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ। [QE]
9. [QS]ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; [QE][QS]ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ। [QE]
10. [QS]ତୁମ୍ଭେ ରାହବକୁ[* ରାହବକୁ ଏହା ଏକ ସମୁଦ୍ରଜୀବୀ ଜୀବ ଯାହା ଏବ୍ରୀ ଗଳ୍ପରେ ଆସେ ପୁଣି ଏହା ଦୁଷ୍ଟତାକୁ ସୂଚିତ କରେ ] ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; [QE][QS]ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ। [QE]
11. [QS]ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; [QE][QS]ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ। [QE]
12. [QS]ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; [QE][QS]ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି, [QE]
13. [QS]ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; [QE][QS]ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ। [QE]
14. [QS]ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; [QE][QS]ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ। [QE]
15. [QS]ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; [QE][QS]ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି। [QE]
16. [QS]ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି [QE][QS]ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି। [QE]
17. [QS]କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; [QE][QS]ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ। [QE]
18. [QS]କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର [QE][QS]ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର। [QE]
19. [QS]ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, [QE][QS]ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; [QE][QS]ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ। [QE]
20. {#1ଦାଉଦଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞା } [QS]ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; [QE][QS]ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ; [QE]
21. [QS]ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; [QE][QS]ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ। [QE]
22. [QS]ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; [QE][QS]କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ। [QE]
23. [QS]ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା [QE][QS]ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା। [QE]
24. [QS]ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; [QE][QS]ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ। [QE]
25. [QS]ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ [QE][QS]ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା। [QE]
26. [QS]ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, [QE][QS]ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ। [QE]
27. [QS]ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, [QE][QS]ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା। [QE]
28. [QS]ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, [QE][QS]ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ। [QE]
29. [QS]ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା [QE][QS]ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା। [QE]
30. [QS]ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି [QE][QS]ଓ ଆମ୍ଭ ଶାସନରେ ନ ଚାଲନ୍ତି; [QE]
31. [QS]ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି [QE][QS]ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି; [QE]
32. [QS]ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର [QE][QS]ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା। [QE]
33. [QS]ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; [QE][QS]କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ। [QE]
34. [QS]ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, [QE][QS]କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ। [QE]
35. [QS]ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; [QE][QS]ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ। [QE]
36. [QS]ତାହାର ବଂଶ ସଦାକାଳ ରହିବ [QE][QS]ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ। [QE]
37. [QS]ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ [QE][QS]ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” [ସେଲା] [QE]
38. {#1ରାଜାଙ୍କ ପରାଜୟରେ ଶୋକ } [QS]ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, [QE][QS]ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ। [QE]
39. [QS]ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; [QE][QS]ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ। [QE]
40. [QS]ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; [QE][QS]ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ। [QE]
41. [QS]ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; [QE][QS]ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି। [QE]
42. [QS]ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; [QE][QS]ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ। [QE]
43. [QS]ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ [QE][QS]ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ। [QE]
44. [QS]ତୁମ୍ଭେ ତାହାର ରାଜଦଣ୍ଡ[† ରାଜଦଣ୍ଡ ତେଜ ] ନିବୃତ୍ତ କରିଅଛ [QE][QS]ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ। [QE]
45. [QS]ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; [QE][QS]ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା] [QE]
46. [QS]ହେ ସଦାପ୍ରଭୁ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ ? [QE][QS]କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ ? [QE]
47. [QS]ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; [QE][QS]ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ ! [QE]
48. [QS]ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର [QE][QS]ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ ? [QE]
49. [QS]ହେ ପ୍ରଭୁ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା [QE][QS]ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ ? [QE]
50. [QS]ହେ ପ୍ରଭୁ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର [QE][QS]ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର। [QE]
51. [QS]ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, [QE][QS]ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି। [QE]
52. [QS]ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, [QE][QS]ଆମେନ୍, ଆମେନ୍। [QE]