ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି} [PS] ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; [QBR] ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି। [QBR]
2. ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; [QBR] ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QBR]
3. ମୋହର ଶତ୍ରୁମାନେ ଫେରିଯିବା ବେଳେ [QBR] ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି। [QBR]
4. କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; [QBR] ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ। [QBR]
5. ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ [QBR] ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, [QBR] ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। [QBR]
6. ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, [QBR] ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; [QBR] ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। [QBR]
7. ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; [QBR] ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। [QBR]
8. ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, [QBR] ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ। [QBR]
9. ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। [QBR] ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; [QBR]
10. ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; [QBR] କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। [QBR]
11. ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; [QBR] ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। [QBR]
12. କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; [QBR] ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। [QBR]
13. ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, [QBR] ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। [QBR]
14. ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। [QBR] ସିୟୋନ-କନ୍ୟାର [* ସିୟୋନ-କନ୍ୟାର ଅର୍ଥାତ୍ ଯିରୂଶାଲମ ଲୋକମାନଙ୍କ] ନଗର-ଦ୍ୱାରରେ [QBR] ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। [QBR]
15. ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; [QBR] ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। [QBR]
16. ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; [QBR] ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [QBR] [ହିଗାୟୋନ୍‍, ସେଲା ] [QBR]
17. ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, [QBR] ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। [QBR]
18. କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା [QBR] ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। [QBR]
19. ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; [QBR] ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। [QBR]
20. ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; [QBR] ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [QBR] [ସେଲା] [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 150
ଗୀତସଂହିତା 9:136
ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି 1 ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି। 2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି। 4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ। 5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। 6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। 7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। 8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ। 9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। 11 ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। 12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। 13 ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। 14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର * ସିୟୋନ-କନ୍ୟାର ଅର୍ଥାତ୍ ଯିରୂଶାଲମ ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। 15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା ] 17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। 18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। 19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। 20 ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। *ସେଲା
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 150
Common Bible Languages
West Indian Languages
×

Alert

×

oriya Letters Keypad References