1. {#1ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ। *[PE][PBR]ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; *[PE][QS]ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି। *[PE][QS]ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; [QE][QS]ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। [QE]
3. [QS]ମୋହର ଶତ୍ରୁମାନେ ଫେରିଯିବା ବେଳେ [QE][QS]ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି। [QE]
4. [QS]କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; [QE][QS]ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ। [QE]
5. [QS]ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ [QE][QS]ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, [QE][QS]ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। [QE]
6. [QS]ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, [QE][QS]ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; [QE][QS]ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। [QE]
7. [QS]ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; [QE][QS]ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। [QE]
8. [QS]ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, [QE][QS]ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ। [QE]
9. [QS]ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। [QE][QS]ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; [QE]
10. [QS]ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; [QE][QS]କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। [QE]
11. [QS]ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; [QE][QS]ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। [QE]
12. [QS]କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; [QE][QS]ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। [QE]
13. [QS]ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, [QE][QS]ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। [QE]
14. [QS]ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। [QE][QS]ସିୟୋନ-କନ୍ୟାର[* ସିୟୋନ-କନ୍ୟାର ଅର୍ଥାତ୍ ଯିରୂଶାଲମ ଲୋକମାନଙ୍କ ] ନଗର-ଦ୍ୱାରରେ [QE][QS]ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। [QE]
15. [QS]ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; [QE][QS]ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। [QE]
16. [QS]ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; [QE][QS]ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [QE][QS][ହିଗାୟୋନ୍, ସେଲା ] [QE]
17. [QS]ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, [QE][QS]ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। [QE]
18. [QS]କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା [QE][QS]ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। [QE]
19. [QS]ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; [QE][QS]ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। [QE]
20. [QS]ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; [QE][QS]ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [QE][QS][ସେଲା] [QE]