1. {ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି} PS ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି;
ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି। |
5. ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ
ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। |
6. ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି,
ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। |
10. ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ;
କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। |
12. କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି;
ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। |
13. ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା,
ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। |
14. ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି।
ସିୟୋନ-କନ୍ୟାର * ସିୟୋନ-କନ୍ୟାର ଅର୍ଥାତ୍ ଯିରୂଶାଲମ ଲୋକମାନଙ୍କ ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। |
15. ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି;
ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। |
16. ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି;
ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା |