1. {#3ଚତୁର୍ଥ ଖଣ୍ଡ }{#1ପରମେଶ୍ୱର ଓ ମନୁଷ୍ୟ } [QS]
2. [PS]*ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। *[PE][PBR]ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ *[PE][QS]ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ। *[PE][QS]ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ [QE][QS]ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ [QE][QS]ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ। [QE]
3. [QS]ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। [QE][QS]ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।” [QE]
4. [QS]କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ [QE][QS]ଓ ରାତ୍ରିର ଏକ ପ୍ରହରର ସମାନ। [QE]
5. [QS]ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। [QE][QS]ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ। [QE]
6. [QS]ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; [QE][QS]ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ। [QE]
7. [QS]କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, [QE][QS]ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ। [QE]
8. [QS]ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, [QE][QS]ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ। [QE]
9. [QS]କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; [QE][QS]କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ। [QE]
10. [QS]ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, [QE][QS]ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; [QE][QS]ତଥାପି ତହିଁର ବଳ[* ବଳ ଗର୍ବ ] ଓ ପରିଶ୍ରମ ଦୁଃଖ ମାତ୍ର; [QE][QS]କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ [† ଉଡ଼ିଯାଉ ଅର୍ଥାତ୍ ମରିଯାଉ ]। [QE]
11. [QS]ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ [QE][QS]ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ? [QE]
12. [QS]ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, [QE][QS]ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। [QE]
13. [QS]ହେ ସଦାପ୍ରଭୁ, ଫେର; କେତେ କାଳ ? [QE][QS]ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ। [QE]
14. [QS]ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; [QE][QS]ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା। [QE]
15. [QS]ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ [QE][QS]ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର। [QE]
16. [QS]ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ [QE][QS]ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ। [QE]
17. [QS]ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; [QE][QS]ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; [QE][QS]ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର। [QE]