2. ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ
ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ। |
5. ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ।
ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ। |
9. କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ;
କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ। |
10. ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ,
ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ * ବଳ ଗର୍ବ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ † ଉଡ଼ିଯାଉ ଅର୍ଥାତ୍ ମରିଯାଉ । |
12. ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,
ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। |
15. ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ
ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର। |
17. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;
ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର। PE |