ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱର ଓ ମନୁଷ୍ୟ} [PS] ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ [QBR] ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ। [QBR]
2. ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ [QBR] ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ [QBR] ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ। [QBR]
3. ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। [QBR] ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।” [QBR]
4. କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ [QBR] ଓ ରାତ୍ରିର ଏକ ପ୍ରହରର ସମାନ। [QBR]
5. ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। [QBR] ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ। [QBR]
6. ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; [QBR] ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ। [QBR]
7. କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, [QBR] ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ। [QBR]
8. ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, [QBR] ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ। [QBR]
9. କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; [QBR] କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ। [QBR]
10. ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, [QBR] ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; [QBR] ତଥାପି ତହିଁର ବଳ [* ବଳ ଗର୍ବ] ଓ ପରିଶ୍ରମ ଦୁଃଖ ମାତ୍ର; [QBR] କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ [† ଉଡ଼ିଯାଉ ଅର୍ଥାତ୍ ମରିଯାଉ] । [QBR]
11. ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ [QBR] ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ? [QBR]
12. ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, [QBR] ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। [QBR]
13. ହେ ସଦାପ୍ରଭୁ, ଫେର; କେତେ କାଳ ? [QBR] ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ। [QBR]
14. ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; [QBR] ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା। [QBR]
15. ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ [QBR] ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର। [QBR]
16. ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ [QBR] ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ। [QBR]
17. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; [QBR] ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; [QBR] ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 90 / 150
ଗୀତସଂହିତା 90:89
ପରମେଶ୍ୱର ଓ ମନୁଷ୍ୟ 1 ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ। 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ। 3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।” 4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ। 5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ। 6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ। 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ। 8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ। 9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ। 10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ * ବଳ ଗର୍ବ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ଉଡ଼ିଯାଉ ଅର୍ଥାତ୍ ମରିଯାଉ 11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ ? 12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। 13 ହେ ସଦାପ୍ରଭୁ, ଫେର; କେତେ କାଳ ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ। 14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା। 15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର। 16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ। 17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 90 / 150
Common Bible Languages
West Indian Languages
×

Alert

×

oriya Letters Keypad References