1. {#1ସଦାପ୍ରଭୁ ଆମର ରକ୍ଷାକର୍ତ୍ତା } [QS]ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, [QE][QS]ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ। [QE]
2. [QS]ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; [QE][QS]ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।” [QE]
3. [QS]କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ [QE][QS]ସର୍ବନାଶକ ମହାମାରୀରୁ ରକ୍ଷା କରିବେ। [QE]
4. [QS]ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ [QE][QS]ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; [QE][QS]ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ। [QE]
5. [QS]ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର, [QE]
6. [QS]ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ [QE][QS]ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ। [QE]
7. [QS]ତୁମ୍ଭ ପାର୍ଶ୍ୱରେ ସହସ୍ର ଓ [QE][QS]ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; [QE][QS]ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ। [QE]
8. [QS]ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ [QE][QS]ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ। [QE]
9. [QS]କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। [QE][QS]ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ। [QE]
10. [QS]ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, [QE][QS]କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ। [QE]
11. [QS]କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା [QE][QS]କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ। [QE]
12. [QS]ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, [QE][QS]ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ। [QE]
13. [QS]ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; [QE][QS]ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ। [QE]
14. [QS]ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; [QE][QS]ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା। [QE]
15. [QS]ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; [QE][QS]ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; [QE][QS]ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା। [QE]
16. [QS]ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା [QE][QS]ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା। [QE]