1. {#1ଧନ୍ୟବାଦ ସ୍ତୁତି } [QS][PS]*ଗୀତ : ବିଶ୍ରାମବାର ନିମିତ୍ତକ ଗୀତ। *[PE][PBR]ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, *[PE][QS]ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, [QE]
2. [QS]ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, [QE][QS]ବୀଣାର ଗମ୍ଭୀର ଧ୍ୱନିରେ, [QE]
3. [QS]ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ [QE][QS]ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ। [QE]
4. [QS]ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; [QE][QS]ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି। [QE]
5. [QS]ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ ! [QE][QS]ତୁମ୍ଭର ସଂକଳ୍ପସବୁ ଅତି ଗଭୀର। [QE]
6. [QS]ଜ୍ଞାନହୀନ ଲୋକ ଜାଣେ ନାହିଁ; [QE][QS]କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; [QE]
7. [QS]ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ [QE][QS]ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, [QE][QS]ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ। [QE]
8. [QS]ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ। [QE]
9. [QS]କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, [QE][QS]ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; [QE][QS]ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ। [QE]
10. [QS]ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; [QE][QS]ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି। [QE]
11. [QS]ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ [QE][QS]ହେବାର ମୋହର ଚକ୍ଷୁ ଦେଖିଅଛି, [QE][QS]ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ [QE][QS]ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି। [QE]
12. [QS]ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; [QE][QS]ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ। [QE]
13. [QS]ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, [QE][QS]ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ। [QE]
14. [QS]ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; [QE][QS]ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; [QE]
15. [QS]ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; [QE][QS]ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ। [QE]