1. {ଧନ୍ୟବାଦ ସ୍ତୁତି} PS ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, |
4. ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ;
ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି। |
7. ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ
ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ। |
9. କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ,
ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ। |
11. ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ
ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି। |
13. ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି,
ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ। |
15. ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ;
ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ। PE |