1. {ସଦାପ୍ରଭୁ ସମଗ୍ର ମାନବ ଜାତିର ବିଚାରକର୍ତ୍ତା} [PS] ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, [QBR] ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ। [* କ୍ରୋଧ ଦେଖାଅ। ଅର୍ଥାତ୍ ପ୍ରକାଶମାନ ହୁଅ] [QBR]
2. ହେ ପୃଥିବୀର ବିଚାରକର୍ତ୍ତା, ଉଠ; [QBR] ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ। [QBR]
3. ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, [QBR] ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ? [QBR]
4. ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? [QBR] ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି। [QBR]
5. ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି [QBR] ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି। [QBR]
6. ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ [QBR] ପିତୃହୀନମାନଙ୍କୁ ହତ୍ୟା କରନ୍ତି। [QBR]
7. ପୁଣି, ସଦାପ୍ରଭୁ ଦେଖିବେ ନାହିଁ, [QBR] କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି। [QBR]
8. ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; [QBR] ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ? [QBR]
9. ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? [QBR] ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ? [QBR]
10. ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, [QBR] ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ? [QBR]
11. ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି। [QBR]
12. ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା [QBR] ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ, [QBR]
13. ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ। [QBR]
14. କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, [QBR] କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ। [QBR]
15. ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; [QBR] ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ। [QBR]
16. କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? [QBR] କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ? [QBR]
17. ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର [QBR] ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା [† ନୀରବ ସ୍ଥାନରେ ବାସ କରିଥା’ନ୍ତା ମରି କବରରେ ରହିଥାନ୍ତି] । [QBR]
18. “ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, [QBR] ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା। [QBR]
19. ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର [QBR] ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ। [QBR]
20. ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ [QBR] ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ? [QBR]
21. ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି [QBR] ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି। [QBR]
22. ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ [QBR] ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି। [QBR]
23. ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, [QBR] ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; [QBR] ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ। [PE]