1. {#1ସଦାପ୍ରଭୁ ସମଗ୍ର ମାନବ ଜାତିର ବିଚାରକର୍ତ୍ତା } [QS]ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, [QE][QS]ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।[* କ୍ରୋଧ ଦେଖାଅ। ଅର୍ଥାତ୍ ପ୍ରକାଶମାନ ହୁଅ ] [QE]
2. [QS]ହେ ପୃଥିବୀର ବିଚାରକର୍ତ୍ତା, ଉଠ; [QE][QS]ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ। [QE]
3. [QS]ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, [QE][QS]ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ ? [QE]
4. [QS]ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ ? [QE][QS]ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି। [QE]
5. [QS]ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି [QE][QS]ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି। [QE]
6. [QS]ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ [QE][QS]ପିତୃହୀନମାନଙ୍କୁ ହତ୍ୟା କରନ୍ତି। [QE]
7. [QS]ପୁଣି, ସଦାପ୍ରଭୁ ଦେଖିବେ ନାହିଁ, [QE][QS]କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି। [QE]
8. [QS]ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; [QE][QS]ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ? [QE]
9. [QS]ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ ? [QE][QS]ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ ? [QE]
10. [QS]ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, [QE][QS]ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ ? [QE]
11. [QS]ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି। [QE]
12. [QS]ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା [QE][QS]ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ, [QE]
13. [QS]ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ। [QE]
14. [QS]କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, [QE][QS]କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ। [QE]
15. [QS]ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; [QE][QS]ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ। [QE]
16. [QS]କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ ? [QE][QS]କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ ? [QE]
17. [QS]ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର [QE][QS]ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା[† ନୀରବ ସ୍ଥାନରେ ବାସ କରିଥା’ନ୍ତା ମରି କବରରେ ରହିଥାନ୍ତି ]। [QE]
18. [QS]“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, [QE][QS]ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା। [QE]
19. [QS]ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର [QE][QS]ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ। [QE]
20. [QS]ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ [QE][QS]ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ ? [QE]
21. [QS]ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି [QE][QS]ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି। [QE]
22. [QS]ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ [QE][QS]ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି। [QE]
23. [QS]ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, [QE][QS]ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; [QE][QS]ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ। [QE]