1. {ସ୍ତୁତି ଗାନ} PS ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ;
ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। |
2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,
ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। |
7. କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର,
ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। |
8. ଯେପରି ମିରୀବାଃ * ମିରୀବାଃ ଯାହାର ଅର୍ଥ କଳହ ନିକଟରେ ଉତ୍ତେଜିତ ହେବା ସମୟରେ,
ଯେପରି ପ୍ରାନ୍ତର ମଧ୍ୟରେ ମଃସା † ମଃସା ଯାହାର ଅର୍ଥ ପରୀକ୍ଷା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; |
10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ,
ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; |