ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତି ଗାନ} [PS] ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; [QBR] ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। [QBR]
2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, [QBR] ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। [QBR]
3. କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ [QBR] ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। [QBR]
4. ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; [QBR] ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। [QBR]
5. ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; [QBR] ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। [QBR]
6. ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; [QBR] ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; [QBR]
7. କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, [QBR] ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। [QBR] ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। [QBR]
8. ଯେପରି ମିରୀବାଃ [* ମିରୀବାଃ ଯାହାର ଅର୍ଥ କଳହ] ନିକଟରେ ଉତ୍ତେଜିତ ହେବା ସମୟରେ, [QBR] ଯେପରି ପ୍ରାନ୍ତର ମଧ୍ୟରେ ମଃସା [† ମଃସା ଯାହାର ଅର୍ଥ ପରୀକ୍ଷା] ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; [QBR]
9. ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, [QBR] ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। [QBR]
10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, [QBR] ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ [QBR] ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; [QBR]
11. ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ [QBR] କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 95 / 150
ଗୀତସଂହିତା 95:130
ସ୍ତୁତି ଗାନ 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। 3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। 4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। 5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। 6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। 8 ଯେପରି ମିରୀବାଃ * ମିରୀବାଃ ଯାହାର ଅର୍ଥ କଳହ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ମଃସା ଯାହାର ଅର୍ଥ ପରୀକ୍ଷା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9 ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। 10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; 11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 95 / 150
Common Bible Languages
West Indian Languages
×

Alert

×

oriya Letters Keypad References