ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସ୍ତୁତି ଗାନ } [QS]ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; [QE][QS]ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। [QE]
2. [QS]ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, [QE][QS]ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। [QE]
3. [QS]କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ [QE][QS]ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। [QE]
4. [QS]ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; [QE][QS]ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। [QE]
5. [QS]ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; [QE][QS]ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। [QE]
6. [QS]ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; [QE][QS]ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; [QE]
7. [QS]କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, [QE][QS]ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। [QE][QS]ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। [QE]
8. [QS]ଯେପରି ମିରୀବାଃ[* ମିରୀବାଃ ଯାହାର ଅର୍ଥ କଳହ ] ନିକଟରେ ଉତ୍ତେଜିତ ହେବା ସମୟରେ, [QE][QS]ଯେପରି ପ୍ରାନ୍ତର ମଧ୍ୟରେ ମଃସା [† ମଃସା ଯାହାର ଅର୍ଥ ପରୀକ୍ଷା ] ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; [QE]
9. [QS]ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, [QE][QS]ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। [QE]
10. [QS]ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, [QE][QS]ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ [QE][QS]ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; [QE]
11. [QS]ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ [QE][QS]କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 95 / 150
ସ୍ତୁତି ଗାନ 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। 3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। 4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। 5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। 6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। 8 ଯେପରି ମିରୀବାଃ* ମିରୀବାଃ ଯାହାର ଅର୍ଥ କଳହ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ମଃସା ଯାହାର ଅର୍ଥ ପରୀକ୍ଷା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9 ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। 10 ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; 11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 95 / 150
×

Alert

×

Oriya Letters Keypad References