1. {#1ସ୍ତୁତି ଗାନ } [QS]ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; [QE][QS]ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। [QE]
2. [QS]ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, [QE][QS]ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। [QE]
3. [QS]କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ [QE][QS]ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। [QE]
4. [QS]ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; [QE][QS]ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। [QE]
5. [QS]ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; [QE][QS]ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। [QE]
6. [QS]ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; [QE][QS]ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; [QE]
7. [QS]କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, [QE][QS]ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। [QE][QS]ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। [QE]
8. [QS]ଯେପରି ମିରୀବାଃ[* ମିରୀବାଃ ଯାହାର ଅର୍ଥ କଳହ ] ନିକଟରେ ଉତ୍ତେଜିତ ହେବା ସମୟରେ, [QE][QS]ଯେପରି ପ୍ରାନ୍ତର ମଧ୍ୟରେ ମଃସା [† ମଃସା ଯାହାର ଅର୍ଥ ପରୀକ୍ଷା ] ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; [QE]
9. [QS]ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, [QE][QS]ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। [QE]
10. [QS]ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, [QE][QS]ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ [QE][QS]ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; [QE]
11. [QS]ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ [QE][QS]କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ। [QE]