ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁ ରାଜାଧିରାଜ } [QS]ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; [QE][QS]ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। [QE]
2. [QS]ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; [QE][QS]ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। [QE]
3. [QS]ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, [QE][QS]ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। [QE]
4. [QS]କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; [QE][QS]ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। [QE]
5. [QS]କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; [QE][QS]ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। [QE]
6. [QS]ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; [QE][QS]ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ। [QE]
7. [QS]ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, [QE][QS]ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। [QE]
8. [QS]ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; [QE][QS]ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। [QE]
9. [QS]ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; [QE][QS]ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। [QE]
10. [QS]“ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; [QE][QS]ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; [QE][QS]ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ। [QE]
11. [QS]ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; [QE][QS]ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; [QE]
12. [QS]କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; [QE][QS]ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; [QE]
13. [QS]ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; [QE][QS]ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; [QE][QS]ସେ ଧର୍ମରେ ଜଗତର ଓ [QE][QS]ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 96 / 150
ସଦାପ୍ରଭୁ ରାଜାଧିରାଜ 1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। 3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। 5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ। 7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। 9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। 10 “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ। 11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 96 / 150
×

Alert

×

Oriya Letters Keypad References