ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ରାଜାଧିରାଜ} [PS] ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; [QBR] ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। [QBR]
2. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; [QBR] ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। [QBR]
3. ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, [QBR] ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। [QBR]
4. କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; [QBR] ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। [QBR]
5. କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; [QBR] ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। [QBR]
6. ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; [QBR] ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ। [QBR]
7. ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, [QBR] ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। [QBR]
8. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; [QBR] ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। [QBR]
9. ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; [QBR] ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। [QBR]
10. “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; [QBR] ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; [QBR] ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ। [QBR]
11. ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; [QBR] ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; [QBR]
12. କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; [QBR] ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; [QBR]
13. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; [QBR] ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; [QBR] ସେ ଧର୍ମରେ ଜଗତର ଓ [QBR] ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ। [PE]

Notes

No Verse Added

Total 150 Chapters, Current Chapter 96 of Total Chapters 150
ଗୀତସଂହିତା 96:21
1. {ସଦାପ୍ରଭୁ ରାଜାଧିରାଜ} PS ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
2. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର;
ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
3. ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ,
ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
4. କାରଣ ସଦାପ୍ରଭୁ ମହାନ ଅତ୍ୟନ୍ତ ପ୍ରଶଂସନୀୟ;
ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
5. କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର;
ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
6. ସମ୍ଭ୍ରମ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ;
ଶକ୍ତି ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
7. ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର,
ସଦାପ୍ରଭୁଙ୍କ ଗୌରବ ପରାକ୍ରମର କୀର୍ତ୍ତନ କର।
8. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର;
ନୈବେଦ୍ୟ ଆଣ ତାହାଙ୍କ ପ୍ରାଙ୍ଗଣକୁ ଆସ।
9. ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର;
ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
10. “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ;
ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ପାରେ;
ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।
11. ଆକାଶମଣ୍ଡଳ ଆନନ୍ଦିତ ହେଉ ପୃଥିବୀ ଉଲ୍ଲାସ କର;
ସମୁଦ୍ର ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
12. କ୍ଷେତ୍ର ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
13. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି;
ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି;
ସେ ଧର୍ମରେ ଜଗତର
ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ। PE
Total 150 Chapters, Current Chapter 96 of Total Chapters 150
×

Alert

×

oriya Letters Keypad References