ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ହିଁ ସର୍ବୋପରିସ୍ଥ ଶାସନକର୍ତ୍ତା} [PS] ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; [QBR] ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। [QBR]
2. ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; [QBR] ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। [QBR]
3. ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ [QBR] ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ। [QBR]
4. ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; [QBR] ପୃଥିବୀ ଦେଖି କମ୍ପିଲା। [QBR]
5. ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, [QBR] ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। [QBR]
6. ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ [QBR] ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। [QBR]
7. ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ [QBR] ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; [QBR] ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। [QBR]
8. ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା [QBR] ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ। [QBR]
9. କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; [QBR] ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ। [QBR]
10. ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; [QBR] ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। [QBR] ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; [QBR]
11. ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ [QBR] ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। [QBR]
12. ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; [QBR] ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 97 / 150
ଗୀତସଂହିତା 97:54
ସଦାପ୍ରଭୁ ହିଁ ସର୍ବୋପରିସ୍ଥ ଶାସନକର୍ତ୍ତା 1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। 2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। 3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ। 4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା। 5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। 6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। 7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। 8 ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ। 9 କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ। 10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। 12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 97 / 150
Common Bible Languages
West Indian Languages
×

Alert

×

oriya Letters Keypad References