1. {ସଦାପ୍ରଭୁ ହିଁ ରାଜାଧିରାଜ} PS ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ;
ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। |
4. ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ;
ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। |
5. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର
ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। |
6. ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ
ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। |
7. ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ;
ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। |
8. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। |
9. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର
ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି। PE |