ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ହିଁ ରାଜାଧିରାଜ} [PS] ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; [QBR] ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। [QBR]
2. ସଦାପ୍ରଭୁ ସିୟୋନରେ ମହାନ ଓ [QBR] ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। [QBR]
3. ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; [QBR] ସେ ପବିତ୍ର ଅଟନ୍ତି। [QBR]
4. ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; [QBR] ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, [QBR] ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। [QBR]
5. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର [QBR] ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; [QBR] ସେ ପବିତ୍ର ଅଟନ୍ତି। [QBR]
6. ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ [QBR] ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; [QBR] ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। [QBR]
7. ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; [QBR] ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। [QBR]
8. ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। [QBR] ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ [QBR] ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। [QBR]
9. ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର [QBR] ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; [QBR] କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 99 / 150
ଗୀତସଂହିତା 99:15
ସଦାପ୍ରଭୁ ହିଁ ରାଜାଧିରାଜ 1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। 2 ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। 3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। 4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। 7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। 8 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। 9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 99 / 150
Common Bible Languages
West Indian Languages
×

Alert

×

oriya Letters Keypad References