ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1. {#1ଏକ ନାରୀ ଏବଂ ପ୍ରକାଣ୍ଡ ସର୍ପ }
2. [PS]ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ । [PE][PS]ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।
3. ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ ।
4. ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।
5. ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ ।
6. ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା । [PE]
7. {#1ଶୟତାନକୁ ପୃଥିବୀରେ ନିକ୍ଷେପ } [PS]ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
8. କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।
9. ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।
10. ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
11. ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
12. ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି ।
13. ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା ।
14. ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା ।
15. ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା ।
16. କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା ।
17. ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା; (18) ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା । [PE]
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 22
ଏକ ନାରୀ ଏବଂ ପ୍ରକାଣ୍ଡ ସର୍ପ 1 2 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ । ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ । 3 ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ । 4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା । 5 ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ , ଆଉ ତାହାଙ୍କ ସନ୍ତାନ ଈଶ୍ୱର ଓ ତାହାଙ୍କ ସିହାଂସନ ନିକଟକୁ ଉଠାଇ ନିଆଗଲେ । 6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା । ଶୟତାନକୁ ପୃଥିବୀରେ ନିକ୍ଷେପ 7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ, 8 କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ । 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା । 10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି । 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ । 12 ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି । 13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା । 14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା । 15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା । 16 କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହଯ୍ୟ କଲା । 17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା; (18) ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା ।
Total 22 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 22
×

Alert

×

Oriya Letters Keypad References